Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 17

ହିତୋପଦେଶ 17:13-23

Help us?
Click on verse(s) to share them!
13ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।
14କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।
15ଯେ ଦୁଷ୍ଟକୁ ନିର୍ଦ୍ଦୋଷ କରେ ଓ ଯେ ଧାର୍ମିକକୁ ଦୋଷୀ କରେ, ସେ ଦୁହେଁ ସଦାପ୍ରଭୁଙ୍କଠାରେ ସମାନ ରୂପେ ଘୃଣିତ।
16ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ ? ତାହାର ତ ବୁଦ୍ଧି ନାହିଁ।
17ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ
18ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।
19ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।
20ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।
21ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ।
22ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
23ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।

Read ହିତୋପଦେଶ 17ହିତୋପଦେଶ 17
Compare ହିତୋପଦେଶ 17:13-23ହିତୋପଦେଶ 17:13-23