16ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ ? ତାହାର ତ ବୁଦ୍ଧି ନାହିଁ।
17ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ
18ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।
19ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।
20ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।
21ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ।