Text copied!
Bibles in Odia

ହିତୋପଦେଶ 17:16-24 in Odia

Help us?

ହିତୋପଦେଶ 17:16-24 in ଓଡିଆ ବାଇବେଲ

16 ଜ୍ଞାନ କ୍ରୟ କରିବା ନିମନ୍ତେ ମୂର୍ଖ ହାତରେ କାହିଁକି ଧନ ଥାଏ ? ତାହାର ତ ବୁଦ୍ଧି ନାହିଁ।
17 ବନ୍ଧୁ ସବୁବେଳେ ପ୍ରେମ କରେ, ପୁଣି ଭାଇ ଦୁର୍ଦ୍ଦଶା କାଳ ନିମନ୍ତେ ଜାତ ଅଟେ
18 ନିର୍ବୋଧ ଲୋକ ହାତ ଦେଇ ଆପଣା ପ୍ରତିବାସୀ ସାକ୍ଷାତରେ ଲଗା ହୁଏ।
19 ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।
20 ଯାହାର କୁଟିଳ ଅନ୍ତଃକରଣ, ସେ ମଙ୍ଗଳ ପାଏ ନାହିଁ; ପୁଣି, ଯାହାର ବକ୍ରବାଦୀ ଜିହ୍ୱା, ସେ ଆପଦରେ ପଡ଼େ।
21 ମୂର୍ଖର ଜନ୍ମଦାତା ଆପଣାର ଶୋକ ସଞ୍ଚୟ କରେ; ପୁଣି, ମୂଢ଼ର ପିତା ଆନନ୍ଦ ପାଏ ନାହିଁ।
22 ଆନନ୍ଦିତ ହୃଦୟ ଉତ୍ତମ ଔଷଧ; ମାତ୍ର ଭଗ୍ନ ଆତ୍ମା ଅସ୍ଥିସବୁକୁ ଶୁଷ୍କ କରେ।
23 ଦୁଷ୍ଟ ଲୋକ ବିଚାରର ମାର୍ଗ ବଙ୍କା କରିବାକୁ ଅଣ୍ଟାରୁ ଲାଞ୍ଚ ନିଏ।
24 ବୁଦ୍ଧିମାନ‌ର ସମ୍ମୁଖରେ ଜ୍ଞାନ ଥାଏ, ମାତ୍ର ମୂର୍ଖର ଦୃଷ୍ଟି ପୃଥିବୀର ପ୍ରାନ୍ତରେ ଥାଏ।
ହିତୋପଦେଶ 17 in ଓଡିଆ ବାଇବେଲ