Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 17

ହିତୋପଦେଶ 17:5-13

Help us?
Click on verse(s) to share them!
5ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ।
6ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।
7ବାକ୍‍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ।
8ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।
9ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍‍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।
10ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନ‍କୁ ପଦେ ଅନୁଯୋଗ ଅଧିକ କାଟେ।
11ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।
12ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
13ଯେଉଁ ଲୋକ ଭଲ ବଦଳେ ମନ୍ଦ କରେ, ତାହାର ଗୃହକୁ ମନ୍ଦ କେବେ ଛାଡ଼ିବ ନାହିଁ।

Read ହିତୋପଦେଶ 17ହିତୋପଦେଶ 17
Compare ହିତୋପଦେଶ 17:5-13ହିତୋପଦେଶ 17:5-13