Text copied!
Bibles in Odia

ହିତୋପଦେଶ 17:7-12 in Odia

Help us?

ହିତୋପଦେଶ 17:7-12 in ଓଡିଆ ବାଇବେଲ

7 ବାକ୍‍ପଟୁ ଓଷ୍ଠ ମୂଢ଼ର ଅନୁପଯୁକ୍ତ, ମିଥ୍ୟାବାଦୀ ଓଷ୍ଠାଧର କୁଳୀନର ଅଧିକ ଅନୁପଯୁକ୍ତ।
8 ଗ୍ରାହକର ଦୃଷ୍ଟିରେ ଦାନ ବହୁମୂଲ୍ୟ ମଣି ତୁଲ୍ୟ, ତାହା ଯେଉଁ ଦିଗରେ ଫେରେ, ସେହି ଦିଗରେ ସଫଳ ହୁଏ।
9 ଯେ ଅଧର୍ମ କ୍ଷମା କରେ, ସେ ପ୍ରେମ ଖୋଜେ; ମାତ୍ର ଯେ ପୁନଃ ପୁନଃ ଗୋଟିଏ କଥା ଉତ୍‍ଥାପନ କରେ, ସେ ବିଶେଷ ମିତ୍ରଗଣକୁ ଅଲଗା କରେ।
10 ମୂର୍ଖକୁ ଶହେ ମାଡ଼ ଅପେକ୍ଷା ବୁଦ୍ଧିମାନ‍କୁ ପଦେ ଅନୁଯୋଗ ଅଧିକ କାଟେ।
11 ଦୁର୍ଜ୍ଜନ କେବଳ ବିଦ୍ରୋହ ଖୋଜେ, ଏଣୁ ତାହା ବିରୁଦ୍ଧରେ ନିଷ୍ଠୁର ଦୂତ ପଠାଯିବ।
12 ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।
ହିତୋପଦେଶ 17 in ଓଡିଆ ବାଇବେଲ