Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 18

ହିତୋପଦେଶ 18:1-11

Help us?
Click on verse(s) to share them!
1ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।
2ମୂର୍ଖ ଲୋକ ବୁଦ୍ଧିରେ ସନ୍ତୋଷ ପାଏ ନାହିଁ, କେବଳ ଆପଣା ମନର କଥା ପ୍ରକାଶ କରିବାରେ ସନ୍ତୋଷ ପାଏ।
3ଦୁଷ୍ଟ ଆସିଲେ ଅବଜ୍ଞା ଆସେ, ପୁଣି, ଅପମାନ ସଙ୍ଗେ ଦୁର୍ନାମ ଆସେ।
4ମନୁଷ୍ୟର ମୁଖର ବାକ୍ୟ ଗଭୀର ଜଳ ତୁଲ୍ୟ, ପୁଣି, ଜ୍ଞାନର ଉତ୍ପତ୍ତି ସ୍ଥାନ ଜଳସ୍ରୋତ ସଦୃଶ।
5ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ।
6ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ।
7ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ।
8କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
9ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ।
10ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
11ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।

Read ହିତୋପଦେଶ 18ହିତୋପଦେଶ 18
Compare ହିତୋପଦେଶ 18:1-11ହିତୋପଦେଶ 18:1-11