Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 18

ହିତୋପଦେଶ 18:5-14

Help us?
Click on verse(s) to share them!
5ଦୁଷ୍ଟର ମୁଖାପେକ୍ଷା କରିବାର ଅବା ବିଚାରରେ ଧାର୍ମିକ ପ୍ରତି ଅନ୍ୟାୟ କରିବାର ଭଲ ନୁହେଁ।
6ମୂର୍ଖର ଓଷ୍ଠ ବିବାଦରେ ପ୍ରବର୍ତ୍ତେ, ପୁଣି, ତାହାର ମୁଖ ମାଡ଼ ଖାଇବାକୁ ଡାକେ।
7ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ।
8କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
9ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ।
10ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
11ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।
12ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
13ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।
14ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ ?

Read ହିତୋପଦେଶ 18ହିତୋପଦେଶ 18
Compare ହିତୋପଦେଶ 18:5-14ହିତୋପଦେଶ 18:5-14