7ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ।
8କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
9ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ।
10ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
11ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।
12ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
13ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।