Text copied!
Bibles in Odia

ହିତୋପଦେଶ 18:7-21 in Odia

Help us?

ହିତୋପଦେଶ 18:7-21 in ଓଡିଆ ବାଇବେଲ

7 ମୂର୍ଖର ମୁଖ ତାହାର ବିନାଶର କାରଣ, ପୁଣି, ତାହାର ଓଷ୍ଠ ଆପଣା ପ୍ରାଣର ଫାନ୍ଦ ସ୍ୱରୂପ।
8 କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
9 ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ।
10 ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
11 ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।
12 ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
13 ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।
14 ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ ?
15 ବୁଦ୍ଧିମାନ‍ର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ।
16 ମନୁଷ୍ୟର ଭେଟୀ ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ।
17 ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ।
18 ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନମାନଙ୍କୁ ପୃଥକ କରେ।
19 ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ।
20 ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ।
21 ମରଣ ଓ ଜୀବନ ଜିହ୍ୱାର ଅଧୀନ; ଯେଉଁମାନେ ତାକୁ ଭଲ ଜାଣନ୍ତି, ସେମାନେ ତାହାର ଫଳ ଭୋଗିବେ।
ହିତୋପଦେଶ 18 in ଓଡିଆ ବାଇବେଲ