8କାନେ କାନେ କହିବା ଲୋକର ବାକ୍ୟ ଅମୃତ ତୁଲ୍ୟ, ତାହା ଉଦରର ଅନ୍ତରାଳୟକୁ ଚାଲିଯାଏ।
9ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ।
10ସଦାପ୍ରଭୁଙ୍କ ନାମ ଦୃଢ଼ ଗଡ଼ ଧାର୍ମିକ ଲୋକ ତହିଁକୁ ପଳାଇ ରକ୍ଷା ପାଏ।
11ଧନବାନର ଧନ ତାହାର ଦୃଢ଼ ନଗର, ପୁଣି, ତାହାର ବୋଧରେ ଉଚ୍ଚ ପ୍ରାଚୀର ସ୍ୱରୂପ।
12ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
13ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।
14ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ ?
15ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ।
16ମନୁଷ୍ୟର ଭେଟୀ ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ।
17ଯେଉଁ ଲୋକ ପ୍ରଥମେ ଆପଣା ବିବାଦ ଜଣାଏ, ସେ ଧାର୍ମିକ ଦେଖାଯାଏ, ମାତ୍ର ତାହାର ପ୍ରତିବାସୀ ଆସି ତାହାକୁ ପରୀକ୍ଷା କରେ।
18ଗୁଲିବାଣ୍ଟ ବିରୋଧ ମେଣ୍ଟଣ କରେ ଓ ବଳବାନମାନଙ୍କୁ ପୃଥକ କରେ।
19ବିରକ୍ତ ଭ୍ରାତା ଦୃଢ଼ ନଗର ଅପେକ୍ଷା ଦୁର୍ଜେୟ; ଏରୂପ ବିବାଦ ଗଡ଼ର ଅର୍ଗଳ ସ୍ୱରୂପ।
20ମନୁଷ୍ୟର ଉଦର ତାହାର ମୁଖର ଫଳରେ ପୂର୍ଣ୍ଣ ହୁଏ, ପୁଣି, ସେ ଆପଣା ଓଷ୍ଠର ଉପାର୍ଜ୍ଜନରେ ତୃପ୍ତ ହୁଏ।