Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 19

ହିତୋପଦେଶ 19:10-20

Help us?
Click on verse(s) to share them!
10ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ।
11ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।
12ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।
13ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି।
14ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
15ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।
16ପରମେଶ୍ଵରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।
17ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
18ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।
19ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।
20ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।

Read ହିତୋପଦେଶ 19ହିତୋପଦେଶ 19
Compare ହିତୋପଦେଶ 19:10-20ହିତୋପଦେଶ 19:10-20