Text copied!
Bibles in Odia

ହିତୋପଦେଶ 19:13-28 in Odia

Help us?

ହିତୋପଦେଶ 19:13-28 in ଓଡିଆ ବାଇବେଲ

13 ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି।
14 ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
15 ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।
16 ପରମେଶ୍ଵରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।
17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
18 ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।
19 ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।
20 ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
21 ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
22 ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।
23 ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ।
24 ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ।
25 ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନ‍କୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ।
26 ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ।
27 ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।
28 ପାଷାଣ୍ଡ ସାକ୍ଷୀ ନ୍ୟାୟ ବିଚାରକୁ ନିନ୍ଦା କରେ ଓ ଦୁଷ୍ଟର ମୁଖ ଅଧର୍ମ ଗିଳେ।
ହିତୋପଦେଶ 19 in ଓଡିଆ ବାଇବେଲ