Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 19

ହିତୋପଦେଶ 19:19-23

Help us?
Click on verse(s) to share them!
19ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।
20ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
21ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
22ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।
23ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ।

Read ହିତୋପଦେଶ 19ହିତୋପଦେଶ 19
Compare ହିତୋପଦେଶ 19:19-23ହିତୋପଦେଶ 19:19-23