Text copied!
Bibles in Odia

ହିତୋପଦେଶ 19:19-23 in Odia

Help us?

ହିତୋପଦେଶ 19:19-23 in ଓଡିଆ ବାଇବେଲ

19 ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।
20 ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
21 ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
22 ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।
23 ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ।
ହିତୋପଦେଶ 19 in ଓଡିଆ ବାଇବେଲ