Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 19

ହିତୋପଦେଶ 19:19-27

Help us?
Click on verse(s) to share them!
19ଅତି ରାଗୀ ଲୋକ ଶାସ୍ତି ଭୋଗ କରିବ, ଯେହେତୁ ତୁମ୍ଭେ ତାହାକୁ ଥରେ ଉଦ୍ଧାର କଲେ, ତାହା ତୁମ୍ଭକୁ ପୁନର୍ବାର କରିବାକୁ ହେବ।
20ଶେଷାବସ୍ଥାରେ ତୁମ୍ଭେ ଯେପରି ଜ୍ଞାନବାନ ହୁଅ, ଏଥିପାଇଁ ମନ୍ତ୍ରଣା ଶୁଣ ଓ ଉପଦେଶ ଗ୍ରହଣ କର।
21ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।
22ମନୁଷ୍ୟର ବାସନା ତାହାର ଦୟାର ପରିମାଣ ଏବଂ ମିଥ୍ୟାବାଦୀ ଅପେକ୍ଷା ଦରିଦ୍ର ଲୋକ ଶ୍ରେଷ୍ଠ।
23ସଦାପ୍ରଭୁଙ୍କ ବିଷୟକ ଭୟ ଜୀବନଦାୟକ, ତାହା ଯେଉଁ ଲୋକଠାରେ ଥାଏ, ସେ ତୃପ୍ତ ହୋଇ ବାସ କରିବ; ଆପଦ ତାହାର ନିକଟ ଦେଇ ଯିବ ନାହିଁ।
24ଅଳସୁଆ ଆପଣା ଥାଳୀରେ ହାତ ବୁଡ଼ାଇଲେ, ଆଉ ଥରେ ତାହା ଆପଣା ମୁଖକୁ ନେବାକୁ ସୁଦ୍ଧା ଇଚ୍ଛା କରେ ନାହିଁ।
25ନିନ୍ଦକକୁ ପ୍ରହାର କଲେ, ନିର୍ବୋଧ ଲୋକ ସତର୍କତା ଶିକ୍ଷା କରିବ; ପୁଣି, ବୁଦ୍ଧିମାନ‍କୁ ଅନୁଯୋଗ କଲେ, ସେ ଜ୍ଞାନ ବୁଝିବ।
26ଯେଉଁ ପୁତ୍ର ଆପଣା ପିତାର ଧନ ନଷ୍ଟ କରେ, ପୁଣି, ଆପଣା ମାତାକୁ ତଡ଼ି ଦିଏ, ସେ ଲଜ୍ଜାକର ଓ ଅପମାନଜନକ।
27ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।

Read ହିତୋପଦେଶ 19ହିତୋପଦେଶ 19
Compare ହିତୋପଦେଶ 19:19-27ହିତୋପଦେଶ 19:19-27