2ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ।
3ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।
4ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ।
5ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।
6ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।