3ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।
4ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ।
5ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ରକ୍ଷା ପାଇବ ନାହିଁ।
6ଅନେକେ ବଦାନ୍ୟ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି, ପୁଣି, ପ୍ରତି ଜଣ ଦାନଶୀଳ ଲୋକର ମିତ୍ର ହୁଅନ୍ତି।
7ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।
8ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ।
9ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।
10ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ।