Text copied!
Bibles in Odia

ହିତୋପଦେଶ 19:8-18 in Odia

Help us?

ହିତୋପଦେଶ 19:8-18 in ଓଡିଆ ବାଇବେଲ

8 ଯେଉଁ ଲୋକ ବୁଦ୍ଧି ଲାଭ କରେ, ସେ ଆପଣା ପ୍ରାଣକୁ ପ୍ରେମ କରେ; ଯେ ବିବେଚନା ରକ୍ଷା କରେ, ସେ ମଙ୍ଗଳ ପାଏ।
9 ମିଥ୍ୟାସାକ୍ଷୀ ଅଦଣ୍ଡିତ ନୋହିବ; ପୁଣି, ମିଥ୍ୟାବାଦୀ ବିନଷ୍ଟ ହେବ।
10 ମୂର୍ଖର ସୁଖଭୋଗ ଅନୁପଯୁକ୍ତ; ଅଧିପତିମାନଙ୍କ ଉପରେ ଦାସର କର୍ତ୍ତୃତ୍ୱ ତତୋଧିକ ଅନୁପଯୁକ୍ତ।
11 ମନୁଷ୍ୟର ସୁବୁଦ୍ଧି ତାହାକୁ କ୍ରୋଧ କରିବାକୁ ଧୀର କରେ; ପୁଣି, ଦୋଷ ଛାଡ଼ିଦେବାର ତାହାର ଭୂଷଣ।
12 ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।
13 ମୂର୍ଖ ପୁତ୍ର ତାହାର ପିତାର ଦୁଃଖଦାୟକ; ପୁଣି, ସ୍ତ୍ରୀର କଳି ଅବିରତ ବିନ୍ଦୁପାତ ପରି।
14 ଗୃହ ଓ ଧନ ମାତା-ପିତାଙ୍କଠାରୁ ପ୍ରାପ୍ତ ଅଧିକାର; ମାତ୍ର ବୁଦ୍ଧିମତୀ ଭାର୍ଯ୍ୟା ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ହୁଏ।
15 ଆଳସ୍ୟ ଘୋର ନିଦ୍ରାରେ ପକାଏ; ପୁଣି, ଅଳସ ପ୍ରାଣୀ କ୍ଷୁଧା ଭୋଗ କରିବ।
16 ପରମେଶ୍ଵରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।
17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
18 ଆପଣା ପୁତ୍ରକୁ ଶାସନ କର, କାରଣ ଭରସା ଅଛି; ପୁଣି, ତୁମ୍ଭର ମନ ତାହାର ବିନାଶ ଇଚ୍ଛା ନ କରୁ।
ହିତୋପଦେଶ 19 in ଓଡିଆ ବାଇବେଲ