Text copied!
Bibles in Odia

ହିତୋପଦେଶ 1:10-24 in Odia

Help us?

ହିତୋପଦେଶ 1:10-24 in ଓଡିଆ ବାଇବେଲ

10 ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।
11 ସେମାନେ ଯଦି କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;
12 ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;
13 ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା,
14 ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକ ତୋଡ଼ା ହେବ;
15 ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;
16 ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।
17 କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।
18 ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।
19 ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।
20 ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
21 ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;
22 ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ ?
23 ମୋ’ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।
24 ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
ହିତୋପଦେଶ 1 in ଓଡିଆ ବାଇବେଲ