Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 1

ହିତୋପଦେଶ 1:16-32

Help us?
Click on verse(s) to share them!
16ଯେହେତୁ ସେମାନଙ୍କ ଚରଣ କୁକ୍ରିୟା କରିବାକୁ ଦୌଡ଼େ ଓ ରକ୍ତପାତ କରିବାକୁ ଶୀଘ୍ର ଧାଇଁ ଯାଏ।
17କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।
18ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି।
19ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।
20ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
21ସେ ଲୋକମାନଙ୍କର ପ୍ରଧାନ ସ୍ଥାନରେ ଡାକେ; ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ନଗର ମଧ୍ୟରେ ଆପଣା ବାକ୍ୟ ଉଚ୍ଚାରଣ କରି କହେ;
22ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ ?
23ମୋ’ ଅନୁଯୋଗରେ ମନ ଫେରାଅ; ଦେଖ, ମୁଁ ତୁମ୍ଭମାନଙ୍କ ଉପରେ ଆପଣା ଆତ୍ମା ଢାଳି ଦେବି, ମୁଁ ଆପଣା ବାକ୍ୟସବୁ ତୁମ୍ଭମାନଙ୍କୁ ଜଣାଇବି।
24ଯେହେତୁ ମୁଁ ଡାକିଲି, ପୁଣି, ତୁମ୍ଭେମାନେ ମନା କଲ; ମୁଁ ହସ୍ତ ବିସ୍ତାର କଲି, କେହି ମାନ୍ୟ କଲା ନାହିଁ;
25ମାତ୍ର ତୁମ୍ଭେମାନେ ମୋହର ସମସ୍ତ ଉପଦେଶ ତୁଚ୍ଛଜ୍ଞାନ କଲ, ପୁଣି ମୋହର କୌଣସି ଅନୁଯୋଗକୁ ଚାହିଁଲ ନାହିଁ;
26ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି।
27ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ;
28ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।
29କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
30ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।
31ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।
32ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।

Read ହିତୋପଦେଶ 1ହିତୋପଦେଶ 1
Compare ହିତୋପଦେଶ 1:16-32ହିତୋପଦେଶ 1:16-32