26ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି।
27ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ;
28ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।
29କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
30ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।