Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 1

ହିତୋପଦେଶ 1:26-33

Help us?
Click on verse(s) to share them!
26ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି।
27ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ;
28ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।
29କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
30ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।
31ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।
32ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।
33ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।

Read ହିତୋପଦେଶ 1ହିତୋପଦେଶ 1
Compare ହିତୋପଦେଶ 1:26-33ହିତୋପଦେଶ 1:26-33