Text copied!
Bibles in Odia

ହିତୋପଦେଶ 1:26-33 in Odia

Help us?

ହିତୋପଦେଶ 1:26-33 in ଓଡିଆ ବାଇବେଲ

26 ଏହେତୁ ମୁଁ ମଧ୍ୟ ତୁମ୍ଭମାନଙ୍କ ବିପଦ ବେଳେ ହସିବି, ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବା ସମୟରେ ମୁଁ ପରିହାସ କରିବି।
27 ଯେତେବେଳେ ପ୍ରଚଣ୍ଡ ଝଡ଼ ପରି ତୁମ୍ଭମାନଙ୍କର ଆଶଙ୍କା ଉପସ୍ଥିତ ହେବ ଓ ଘୂର୍ଣ୍ଣିବାୟୁ ପରି ତୁମ୍ଭମାନଙ୍କର ବିପଦ ଆସିବ; ଯେତେବେଳେ କ୍ଳେଶ ଓ ବେଦନା ତୁମ୍ଭମାନଙ୍କ ପ୍ରତି ଘଟିବ;
28 ସେତେବେଳେ ସେମାନେ ମୋତେ ଡାକ ପକାଇବେ, ମାତ୍ର ମୁଁ ଉତ୍ତର ଦେବି ନାହିଁ; ସେମାନେ ଅତି ଯତ୍ନରେ ମୋହର ଅନ୍ୱେଷଣ କରିବେ, ମାତ୍ର ମୋହର ଉଦ୍ଦେଶ୍ୟ ପାଇବେ ନାହିଁ।
29 କାରଣ ସେମାନେ ବିଦ୍ୟାକୁ ଘୃଣା କଲେ ଓ ସଦାପ୍ରଭୁଙ୍କ ବିଷୟକ ଭୟ ମନୋନୀତ କଲେ ନାହିଁ;
30 ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।
31 ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।
32 ହଁ, ନିର୍ବୋଧମାନଙ୍କର ବିପଥ-ଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।
33 ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।
ହିତୋପଦେଶ 1 in ଓଡିଆ ବାଇବେଲ