Text copied!
Bibles in Odia

ହିତୋପଦେଶ 1:3-14 in Odia

Help us?

ହିତୋପଦେଶ 1:3-14 in ଓଡିଆ ବାଇବେଲ

3 ସୁଆଚରଣ, ସାଧୁତା ଓ ସୁବିବେଚନା ଏବଂ ନ୍ୟାୟ ବିଷୟରେ ଉପଦେଶ ଗ୍ରହଣ କରିବାକୁ;
4 ସରଳ ଲୋକଙ୍କୁ ସତର୍କତା ଓ ଯୁବା ଲୋକକୁ ବିଦ୍ୟା ଓ ପରିଣାମଦର୍ଶିତା ଦେବାକୁ;
5 ଯେପରି ଜ୍ଞାନବାନ ଲୋକ (ତାହା) ଶୁଣି ପାଣ୍ଡିତ୍ୟରେ ବୃଦ୍ଧି ପାଇବ ଏବଂ ବୁଦ୍ଧିମାନ ଲୋକ ହିତଜନକ ପରାମର୍ଶ ପ୍ରାପ୍ତ ହେବ;
6 ପୁଣି, ଏକ ଉପଦେଶ କଥା ଓ ଏକ ରୂପକ କଥା ଏବଂ ପଣ୍ଡିତମାନଙ୍କର ବାକ୍ୟ ଓ ସେମାନଙ୍କର ଗୂଢ଼ ବଚନ ବୁଝି ପାରିବ।
7 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି।
8 ହେ ମୋହର ପୁତ୍ର, ତୁମ୍ଭ ପିତାର ଉପଦେଶ ଶୁଣ ଓ ତୁମ୍ଭ ମାତାର ଆଦେଶ ପରିତ୍ୟାଗ କର ନାହିଁ।
9 ଯେହେତୁ ତାହା ତୁମ୍ଭର ଅନୁଗ୍ରହଜନକ ଶିରୋଭୂଷଣ ଓ ଗଳଦେଶର ହାର ସ୍ୱରୂପ ହେବ।
10 ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।
11 ସେମାନେ ଯଦି କହନ୍ତି, ଆମ୍ଭମାନଙ୍କ ସହିତ ଆସ, ଆମ୍ଭେମାନେ ହତ୍ୟା କରିବାକୁ ଛକି ବସୁ, ନିର୍ଦ୍ଦୋଷମାନଙ୍କୁ ଅକାରଣରେ ଧରିବାକୁ ଗୁପ୍ତରେ ଲୁଚି ରହୁ;
12 ପାତାଳର ନ୍ୟାୟ ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଗ୍ରାସ କରୁ ଓ ଗର୍ତ୍ତପତିତ ଲୋକ ପରି ସେମାନଙ୍କୁ ସର୍ବତୋଭାବେ ଗ୍ରାସ କରୁ;
13 ତହିଁରେ ଆମ୍ଭେମାନେ ସର୍ବପ୍ରକାର ବହୁମୂଲ୍ୟ ଧନ ପାଇବା, ଲୁଟିତ ଦ୍ରବ୍ୟରେ ଆପଣା ଆପଣା ଗୃହ ପରିପୂର୍ଣ୍ଣ କରିବା,
14 ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଂଶୀ ହେବ; ଆମ୍ଭ ସମସ୍ତଙ୍କର ଏକ ତୋଡ଼ା ହେବ;
ହିତୋପଦେଶ 1 in ଓଡିଆ ବାଇବେଲ