13ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।
14କିଣିବା ଲୋକ କହେ, ଭଲ ନୁହେଁ, ଭଲ ନୁହେଁ, ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।
15ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ।
16ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେକେହି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ୍ ହୁଏ, ତାହାକୁ ବନ୍ଧକ ରଖ।