2ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।
3ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।
4ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।
5ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।
6ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ ?
7ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।