21ପ୍ରଥମରେ କୌଣସି ଅଧିକାର ହଠାତ୍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ।
22ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା, ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।
23ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ।
24ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝିପାରିବ ?
25ଏହା ପବିତ୍ର ବୋଲି ହଠାତ୍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।