21ପ୍ରଥମରେ କୌଣସି ଅଧିକାର ହଠାତ୍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ।
22ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା, ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।
23ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ।
24ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝିପାରିବ ?
25ଏହା ପବିତ୍ର ବୋଲି ହଠାତ୍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।
26ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।
27ମନୁଷ୍ୟର ଆତ୍ମା ସଦାପ୍ରଭୁଙ୍କର ପ୍ରଦୀପ, ତାହା ଅନ୍ତରାଳୟସ୍ଥ ସବୁ ବିଷୟ ଅନୁସନ୍ଧାନ କରେ।
28ଦୟା ଓ ସତ୍ୟତା ରାଜାକୁ ରକ୍ଷା କରେ; ପୁଣି, ଦୟା ଦ୍ୱାରା ତାହାର ସିଂହାସନ ସ୍ଥିର ହୁଏ।
29ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା।
30କ୍ଷତଜନକ ପ୍ରହାର ମନ୍ଦତା ପରିଷ୍କାର କରେ, ପୁଣି, ଦଣ୍ଡାଘାତ ଅନ୍ତରାଳୟରେ ପ୍ରବେଶ କରେ।