23ନାନା ପ୍ରକାର ବଟଖରା ସଦାପ୍ରଭୁଙ୍କ ଘୃଣାର ବିଷୟ, ପୁଣି, ଅଯଥାର୍ଥ ଦଣ୍ଡି ଭଲ ନୁହେଁ।
24ସଦାପ୍ରଭୁଙ୍କଠାରୁ ମନୁଷ୍ୟର ପାଦଗତି ହୁଏ; ତେଣୁ ମନୁଷ୍ୟ ଆପଣା ବାଟ କିପରି ବୁଝିପାରିବ ?
25ଏହା ପବିତ୍ର ବୋଲି ହଠାତ୍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।
26ଜ୍ଞାନୀ ରାଜା ଦୁଷ୍ଟମାନଙ୍କୁ ପାଛୁଡ଼ି ପକାଇ ସେମାନଙ୍କ ଉପରେ ଚକ୍ର ବୁଲାଏ।