Text copied!
Bibles in Odia

ହିତୋପଦେଶ 20:3-17 in Odia

Help us?

ହିତୋପଦେଶ 20:3-17 in ଓଡିଆ ବାଇବେଲ

3 ବିବାଦରୁ ନିବୃତ୍ତ ହେବାର ମନୁଷ୍ୟର ଗୌରବ; ମାତ୍ର ପ୍ରତ୍ୟେକ ମୂର୍ଖ ଲୋକ କନ୍ଦଳ କରେ।
4 ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।
5 ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।
6 ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ ?
7 ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।
8 ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ।
9 ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ ?
10 ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।
11 ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।
12 ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି।
13 ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।
14 କିଣିବା ଲୋକ କହେ, ଭଲ ନୁହେଁ, ଭଲ ନୁହେଁ, ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।
15 ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ।
16 ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେକେହି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।
17 ମିଥ୍ୟା ଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ।
ହିତୋପଦେଶ 20 in ଓଡିଆ ବାଇବେଲ