4ଅଳସୁଆ ଶୀତ ସକାଶୁ ହଳ ବୁଲାଏ ନାହିଁ; ଏଣୁ ଶସ୍ୟ ସମୟରେ ସେ ଖୋଜିଲେ ହେଁ କିଛି ପାଏ ନାହିଁ।
5ମନୁଷ୍ୟର ମନର ମନ୍ତ୍ରଣା ଗଭୀର ଜଳ ତୁଲ୍ୟ, ମାତ୍ର ବୁଦ୍ଧିମାନ ଲୋକ ତାହା କାଢ଼ିବ।
6ଅଧିକାଂଶ ଲୋକ ଆପଣା ଆପଣା ଦୟାଳୁତା ପ୍ରଚାର କରନ୍ତି; ମାତ୍ର ବିଶ୍ୱସ୍ତ ଲୋକ କିଏ ପାଇ ପାରେ ?
7ଯେଉଁ ଧାର୍ମିକ ଲୋକ ଆପଣା ସରଳତାରେ ଆଚରଣ କରେ, ତାହା ଉତ୍ତାରେ ତାହାର ସନ୍ତାନଗଣ ଧନ୍ୟ ହୁଅନ୍ତି।
8ଯେଉଁ ରାଜା ବିଚାରାସନରେ ବସେ, ସେ ନିଜ ଚକ୍ଷୁ ଦ୍ୱାରା ମନ୍ଦ ବିଷୟସବୁ ଉଡ଼ାଇ ଦିଏ।
9ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ ?
10ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।
11ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।
12ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି।