Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 20

ହିତୋପଦେଶ 20:9-21

Help us?
Click on verse(s) to share them!
9ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ ?
10ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।
11ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।
12ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି।
13ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।
14କିଣିବା ଲୋକ କହେ, ଭଲ ନୁହେଁ, ଭଲ ନୁହେଁ, ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।
15ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ।
16ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେକେହି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।
17ମିଥ୍ୟା ଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ।
18ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।
19ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।
20ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ।
21ପ୍ରଥମରେ କୌଣସି ଅଧିକାର ହଠାତ୍‍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ।

Read ହିତୋପଦେଶ 20ହିତୋପଦେଶ 20
Compare ହିତୋପଦେଶ 20:9-21ହିତୋପଦେଶ 20:9-21