Text copied!
Bibles in Odia

ହିତୋପଦେଶ 20:9-21 in Odia

Help us?

ହିତୋପଦେଶ 20:9-21 in ଓଡିଆ ବାଇବେଲ

9 ଆମ୍ଭେ ଆପଣା ମନ ନିର୍ମଳ କରିଅଛୁ, ଆମ୍ଭେ ଆପଣା ପାପରୁ ପରିଷ୍କୃତ ଅଟୁ, ଏହା କିଏ କହିପାରେ ?
10 ନାନା ପ୍ରକାର ବଟଖରା ଓ ନାନା ପ୍ରକାର ପରିମାଣ ଉଭୟ ସମାନ ରୂପେ ସଦାପ୍ରଭୁଙ୍କର ଘୃଣିତ।
11 ଆପଣାର କର୍ମ ନିର୍ମଳ ଓ ସରଳ କି ନାହିଁ, ଏହା ଗୋଟିଏ ପିଲା ସୁଦ୍ଧା ଆପଣାର କର୍ମ ଦ୍ୱାରା ଆପଣାର ପରିଚୟ ଦିଏ।
12 ଶୁଣିବା କାନ ଓ ଦେଖିବା ଆଖି, ଏହି ଦୁହିଁଙ୍କୁ ସଦାପ୍ରଭୁ ନିର୍ମାଣ କରିଅଛନ୍ତି।
13 ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।
14 କିଣିବା ଲୋକ କହେ, ଭଲ ନୁହେଁ, ଭଲ ନୁହେଁ, ମାତ୍ର ଆପଣା ବାଟରେ ଗଲା ବେଳେ ଦର୍ପ କରେ।
15 ସୁବର୍ଣ୍ଣ ଅଛି ଓ ଅନେକ ମୁକ୍ତା ହିଁ ଅଛି, ମାତ୍ର ଜ୍ଞାନବିଶିଷ୍ଟ ଓଷ୍ଠ ଅମୂଲ୍ୟ ରତ୍ନ।
16 ଅପରିଚିତ ଲୋକ ପାଇଁ ଯେ ଲଗା ହୁଏ, ତାହାର ବସ୍ତ୍ର ନିଅ; ପୁଣି, ଯେକେହି ବିଦେଶୀ ଲୋକଙ୍କ ନିମନ୍ତେ ଜାମିନ୍‍ ହୁଏ, ତାହାକୁ ବନ୍ଧକ ରଖ।
17 ମିଥ୍ୟା ଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ।
18 ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।
19 ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।
20 ଯେ ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ଘୋର ଅନ୍ଧାରରେ ତାହାର ପ୍ରଦୀପ ନିଭାଯିବ।
21 ପ୍ରଥମରେ କୌଣସି ଅଧିକାର ହଠାତ୍‍ ମିଳିପାରେ; ମାତ୍ର ତହିଁର ଶେଷ ଆଶୀର୍ବାଦଯୁକ୍ତ ହେବ ନାହିଁ।
ହିତୋପଦେଶ 20 in ଓଡିଆ ବାଇବେଲ