Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 21

ହିତୋପଦେଶ 21:1-7

Help us?
Click on verse(s) to share them!
1ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି।
2ମନୁଷ୍ୟର ସବୁ ଗତି ଆପଣା ଦୃଷ୍ଟିରେ ଯଥାର୍ଥ, ମାତ୍ର ସଦାପ୍ରଭୁ ହୃଦୟସବୁ ତୌଲନ୍ତି।
3ବଳିଦାନ ଅପେକ୍ଷା ନ୍ୟାୟ ଓ ସୁବିଚାର ସଦାପ୍ରଭୁଙ୍କର ଅଧିକ ଗ୍ରାହ୍ୟ।
4ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।
5କର୍ମଶୀଳର ସଂକଳ୍ପରୁ କେବଳ ପ୍ରଚୁରତା ଜନ୍ମେ ମାତ୍ର ପ୍ରତ୍ୟେକ ହଠାତ୍‍ କର୍ମକାରୀ କେବଳ ଅଭାବ ଆଡ଼େ ଯାଏ।
6ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେ ତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି।
7ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି।

Read ହିତୋପଦେଶ 21ହିତୋପଦେଶ 21
Compare ହିତୋପଦେଶ 21:1-7ହିତୋପଦେଶ 21:1-7