Text copied!
Bibles in Odia

ହିତୋପଦେଶ 21:12-21 in Odia

Help us?

ହିତୋପଦେଶ 21:12-21 in ଓଡିଆ ବାଇବେଲ

12 ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ।
13 ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।
14 ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ, ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ।
15 ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ; ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ।
16 ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ।
17 ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।
18 ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ।
19 କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।
20 ଜ୍ଞାନବାନ‍ର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ।
21 ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍‍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ।
ହିତୋପଦେଶ 21 in ଓଡିଆ ବାଇବେଲ