Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 21

ହିତୋପଦେଶ 21:15-30

Help us?
Click on verse(s) to share them!
15ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ; ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ।
16ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ।
17ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।
18ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ।
19କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।
20ଜ୍ଞାନବାନ‍ର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ।
21ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍‍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ।
22ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ।
23ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ।
24ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ।
25ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।
26କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ।
27ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।
28ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ଡ୍ୟ କଥା କହିବ।
29ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ।
30ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।

Read ହିତୋପଦେଶ 21ହିତୋପଦେଶ 21
Compare ହିତୋପଦେଶ 21:15-30ହିତୋପଦେଶ 21:15-30