Text copied!
Bibles in Odia

ହିତୋପଦେଶ 21:21-26 in Odia

Help us?

ହିତୋପଦେଶ 21:21-26 in ଓଡିଆ ବାଇବେଲ

21 ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍‍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ।
22 ଜ୍ଞାନୀ ଲୋକ ବଳବାନର ନଗରରେ ଚଢ଼ି ପ୍ରବେଶ କରେ, ପୁଣି, ତହିଁର ସାହସଦାୟୀ ବଳ ତଳକୁ ଆଣେ।
23 ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ।
24 ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ।
25 ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।
26 କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ।
ହିତୋପଦେଶ 21 in ଓଡିଆ ବାଇବେଲ