Text copied!
Bibles in Odia

ହିତୋପଦେଶ 21:23-30 in Odia

Help us?

ହିତୋପଦେଶ 21:23-30 in ଓଡିଆ ବାଇବେଲ

23 ଯେ ଆପଣା ମୁଖ ଓ ଜିହ୍ୱା ରକ୍ଷା କରେ, ସେ କ୍ଳେଶରୁ ଆପଣା ପ୍ରାଣ ରକ୍ଷା କରେ।
24 ଅହଙ୍କାରୀ ଓ ଦାମ୍ଭିକ ଲୋକ ନିନ୍ଦକ ନାମରେ ବିଖ୍ୟାତ, ସେ ଅହଙ୍କାରର ଗାରିମାରେ କର୍ମ କରେ।
25 ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।
26 କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ।
27 ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।
28 ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ଡ୍ୟ କଥା କହିବ।
29 ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ।
30 ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।
ହିତୋପଦେଶ 21 in ଓଡିଆ ବାଇବେଲ