Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 21

ହିତୋପଦେଶ 21:25-31

Help us?
Click on verse(s) to share them!
25ଅଳସୁଆର ବାଞ୍ଚିତ ବିଷୟ ତାହାର ମୃତ୍ୟୁୁ ଘଟାଏ; କାରଣ ତାହାର ହସ୍ତ କର୍ମ କରିବାକୁ ନାସ୍ତି କରେ।
26କେହି କେହି ଦିନସାରା ଅତ୍ୟନ୍ତ ଲୋଭ କରନ୍ତି; ମାତ୍ର ଧାର୍ମିକ ଲୋକ ଦାନ କରେ, କାତର ହୁଏ ନାହିଁ।
27ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷୟ, ମାତ୍ର ସେ କୁଅଭିପ୍ରାୟରେ ଆଣିଲେ ତାହା କେତେ ଅଧିକ ଘୃଣିତ।
28ମିଥ୍ୟାସାକ୍ଷୀ ବିନଷ୍ଟ ହେବ; ମାତ୍ର ଯେଉଁ ଲୋକ ଶୁଣେ, ସେ ଅଖଣ୍ଡ୍ୟ କଥା କହିବ।
29ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ।
30ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।
31ଯୁଦ୍ଧ ଦିନ ପାଇଁ ଅଶ୍ୱ ସୁସଜ୍ଜିତ ହୁଏ; ମାତ୍ର ଜୟ ସଦାପ୍ରଭୁଙ୍କଠାରୁ ହୁଏ।

Read ହିତୋପଦେଶ 21ହିତୋପଦେଶ 21
Compare ହିତୋପଦେଶ 21:25-31ହିତୋପଦେଶ 21:25-31