Text copied!
Bibles in Odia

ହିତୋପଦେଶ 21:6-13 in Odia

Help us?

ହିତୋପଦେଶ 21:6-13 in ଓଡିଆ ବାଇବେଲ

6 ମିଥ୍ୟାବାଦୀ ଓଷ୍ଠ ଦ୍ୱାରା ପ୍ରାପ୍ତ ଧନ ଏଣେ ତେଣେ ଚାଳିତ ବାଷ୍ପ ତୁଲ୍ୟ, ଯେଉଁମାନେ ତାହା ଅନ୍ୱେଷଣ କରନ୍ତି, ସେମାନେ ମୃତ୍ୟୁୁ ଅନ୍ୱେଷଣ କରନ୍ତି।
7 ଦୁଷ୍ଟମାନଙ୍କର ଦୌରାତ୍ମ୍ୟ ସେମାନଙ୍କୁ ଉଡ଼ାଇ ଘେନିଯିବ; ଯେହେତୁ ସେମାନେ ନ୍ୟାୟ କରିବାକୁ ନାସ୍ତି କରନ୍ତି।
8 ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ।
9 କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।
10 ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।
11 ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନ‍କୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ।
12 ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ।
13 ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।
ହିତୋପଦେଶ 21 in ଓଡିଆ ବାଇବେଲ