Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 21

ହିତୋପଦେଶ 21:8-21

Help us?
Click on verse(s) to share them!
8ଦୋଷରେ ଭାରାକ୍ରାନ୍ତ ଲୋକର ପଥ ଅତିଶୟ ବକ୍ର; ମାତ୍ର ପବିତ୍ର ଲୋକର କର୍ମ ସଳଖ।
9କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।
10ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।
11ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନ‍କୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ।
12ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ।
13ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।
14ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ, ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ।
15ନ୍ୟାୟ ଆଚରଣ ଧାର୍ମିକ ପ୍ରତି ଆନନ୍ଦର ବିଷୟ; ମାତ୍ର ତାହା କୁକର୍ମକାରୀମାନଙ୍କ ପ୍ରତି ବିନାଶଜନକ।
16ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ।
17ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।
18ଦୁଷ୍ଟ ଲୋକ ଧାର୍ମିକର ମୁକ୍ତିର ମୂଲ୍ୟ ସ୍ୱରୂପ; ପୁଣି, ବିଶ୍ୱାସଘାତକ ସରଳ ଲୋକଙ୍କର ବଦଳି ସ୍ୱରୂପ।
19କଳହକାରିଣୀ ଓ ଚିଡ଼ିଚିଡ଼ିଆ ସ୍ତ୍ରୀ ସଙ୍ଗରେ ବାସ କରିବା ଅପେକ୍ଷା ନିର୍ଜନ ଭୂମିରେ ବସତି କରିବାର ଭଲ।
20ଜ୍ଞାନବାନ‍ର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ।
21ଯେଉଁ ଜନ ଧାର୍ମିକତା ଓ ଦୟାର ପଶ୍ଚାଦ୍‍ବର୍ତ୍ତୀ, ସେ ଜୀବନ ଓ ଧାର୍ମିକତା ଓ ସମ୍ମାନ ପାଏ।

Read ହିତୋପଦେଶ 21ହିତୋପଦେଶ 21
Compare ହିତୋପଦେଶ 21:8-21ହିତୋପଦେଶ 21:8-21