Text copied!
Bibles in Odia

ହିତୋପଦେଶ 21:9-14 in Odia

Help us?

ହିତୋପଦେଶ 21:9-14 in ଓଡିଆ ବାଇବେଲ

9 କଳିହୁଡ଼ୀ ସ୍ତ୍ରୀ ସଙ୍ଗରେ ପ୍ରଶସ୍ତ ଗୃହରେ ବାସ କରିବା ଅପେକ୍ଷା ଛାତର ଏକ କୋଣରେ ବାସ କରିବା ଭଲ।
10 ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ।
11 ନିନ୍ଦକକୁ ଦଣ୍ଡ ଦେଲେ, ନିର୍ବୋଧ ଲୋକ ବୁଦ୍ଧିମାନ ହୁଏ; ପୁଣି, ବୁଦ୍ଧିମାନ‍କୁ ବୁଝାଇ ଦେଲେ, ସେ ଜ୍ଞାନବାନ ହୁଏ।
12 ଧାର୍ମିକ ଲୋକ ଦୁଷ୍ଟର ବଂଶ ବିଷୟ ବିବେଚନା କରେ; ସେହି ଦୁଷ୍ଟ ଲୋକମାନେ କିପରି ଉତ୍ପାଟିତ ହୋଇ ସର୍ବନାଶ ହୁଅନ୍ତି, ଏହା ସୁବିବେଚନା କରେ।
13 ଯେଉଁ ଲୋକ ଦୀନହୀନର ଡାକରେ କର୍ଣ୍ଣ ରୁଦ୍ଧ କରେ, ସେ ମଧ୍ୟ ଆପେ ଡାକିବ, କିନ୍ତୁ ଉତ୍ତର ପାଇବ ନାହିଁ।
14 ଗୁପ୍ତରେ ଦାନ ଦେଲେ କ୍ରୋଧ ଶାନ୍ତ ହୁଏ, ପୁଣି, ଅଣ୍ଟିରେ ଦତ୍ତ ଲାଞ୍ଚ ପ୍ରଚଣ୍ଡ କୋପ ଶାନ୍ତ କରେ।
ହିତୋପଦେଶ 21 in ଓଡିଆ ବାଇବେଲ