Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 22

ହିତୋପଦେଶ 22:1-8

Help us?
Click on verse(s) to share them!
1ବହୁତ ଧନ ଅପେକ୍ଷା ସୁନାମ ମନୋନୀତ ହେବା ଯୋଗ୍ୟ, ପୁଣି, ରୂପା ଓ ସୁନା ଅପେକ୍ଷା ସ୍ନେହସୂଚକ ଅନୁଗ୍ରହ ଉତ୍ତମ।
2ଧନବାନ ଓ ଦରିଦ୍ର ଏକତ୍ର ମିଳନ୍ତି; ସଦାପ୍ରଭୁ ସେସମସ୍ତଙ୍କର ସୃଷ୍ଟିକର୍ତ୍ତା।
3ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି।
4ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।
5କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ।
6ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
7ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।
8ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।

Read ହିତୋପଦେଶ 22ହିତୋପଦେଶ 22
Compare ହିତୋପଦେଶ 22:1-8ହିତୋପଦେଶ 22:1-8