12ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି।
13ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।
14ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ।
15ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ।
16ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।
17ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋ’ ବିଦ୍ୟାରେ ଆପଣା ମନ ଲଗାଅ।