Text copied!
CopyCompare
ଓଡିଆ ବାଇବେଲ - ହିତୋପଦେଶ - ହିତୋପଦେଶ 22

ହିତୋପଦେଶ 22:13-19

Help us?
Click on verse(s) to share them!
13ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।
14ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ।
15ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ।
16ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।
17ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନ‍ମାନଙ୍କ କଥା ଶୁଣ; ପୁଣି, ମୋ’ ବିଦ୍ୟାରେ ଆପଣା ମନ ଲଗାଅ।
18ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ।
19ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି।

Read ହିତୋପଦେଶ 22ହିତୋପଦେଶ 22
Compare ହିତୋପଦେଶ 22:13-19ହିତୋପଦେଶ 22:13-19