14 ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ।
15 ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ।
16 ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।
17 ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋ’ ବିଦ୍ୟାରେ ଆପଣା ମନ ଲଗାଅ।