15ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ।
16ଯେଉଁ ଲୋକ ଆପଣା ଧନ ବଢ଼ାଇବା ପାଇଁ ଦରିଦ୍ର ପ୍ରତି ଉପଦ୍ରବ କରେ; ପୁଣି, ଯେ ଧନୀକୁ ଦାନ କରେ, ତାହାକୁ କେବଳ ଅଭାବ ଘଟିବ।
17ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନମାନଙ୍କ କଥା ଶୁଣ; ପୁଣି, ମୋ’ ବିଦ୍ୟାରେ ଆପଣା ମନ ଲଗାଅ।
18ଯେହେତୁ ତୁମ୍ଭେ ତାହା ହୃଦୟରେ ରଖିଲେ ଓ ତୁମ୍ଭ ଓଷ୍ଠାଧର ସଙ୍ଗେ ତାହା ଏକତ୍ର ସଂଯୁକ୍ତ ହେଲେ, ଆହ୍ଲାଦଜନକ ହେବ।
19ସଦାପ୍ରଭୁଙ୍କଠାରେ ଯେପରି ତୁମ୍ଭର ନିର୍ଭର ରହିବ, ଏଥିପାଇଁ ମୁଁ ଆଜି ତୁମ୍ଭକୁ, ବିଶେଷ ରୂପେ ତୁମ୍ଭକୁ ଏହିସବୁ କଥା ଜଣାଇଲି।
20ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି, ଯେଉଁମାନେ ତୁମ୍ଭକୁ ପଠାନ୍ତି,
21ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କ’ଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ ?
22ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ।
23ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।
24ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ।