20ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି, ଯେଉଁମାନେ ତୁମ୍ଭକୁ ପଠାନ୍ତି,
21ତୁମ୍ଭେ ଯେପରି ସେମାନଙ୍କୁ ସତ୍ୟ ଉତ୍ତର ଦେଇପାର, ଏଥିପାଇଁ ମୁଁ କ’ଣ ତୁମ୍ଭ ପ୍ରତି ଯୁକ୍ତିରେ ଓ ବିଦ୍ୟାରେ ଉତ୍କୃଷ୍ଟ ବାକ୍ୟ ଲେଖି ନାହିଁ ?
22ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ।
23ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।
24ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ।
25କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।
26ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ।
27ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ ?
28ତୁମ୍ଭର ପିତୃପୁରୁଷମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ।