Text copied!
Bibles in Odia

ହିତୋପଦେଶ 22:22-25 in Odia

Help us?

ହିତୋପଦେଶ 22:22-25 in ଓଡିଆ ବାଇବେଲ

22 ଦୀନହୀନକୁ ଦୀନହୀନ ଜାଣି ତାହାର ଦ୍ରବ୍ୟ ହରଣ କର ନାହିଁ, ପୁଣି, ନଗର-ଦ୍ୱାରରେ ଦୁଃଖୀ ପ୍ରତି ଉପଦ୍ରବ କର ନାହିଁ।
23 ଯେହେତୁ ସଦାପ୍ରଭୁ ସେମାନଙ୍କ ପକ୍ଷରେ ପ୍ରତିବାଦ କରିବେ, ପୁଣି, ଯେଉଁମାନେ ସେମାନଙ୍କ ଦ୍ରବ୍ୟ ଅପହରଣ କରିବେ, ସେ ସେମାନଙ୍କର ପ୍ରାଣ ଅପହରଣ କରିବେ।
24 ରାଗଶୀଳ ଲୋକ ସଙ୍ଗରେ ମିତ୍ରତା କର ନାହିଁ, ପୁଣି, କ୍ରୋଧୀ ଲୋକ ସହିତ ଗମନ କର ନାହିଁ।
25 କଲେ, ତୁମ୍ଭେ ଅବା ତାହାର ବାଟ ଶିକ୍ଷା କରି ଆପଣା ପ୍ରାଣ ପାଇଁ ଫାନ୍ଦ ପ୍ରସ୍ତୁତ କରିବ।
ହିତୋପଦେଶ 22 in ଓଡିଆ ବାଇବେଲ