Text copied!
Bibles in Odia

ହିତୋପଦେଶ 22:3-15 in Odia

Help us?

ହିତୋପଦେଶ 22:3-15 in ଓଡିଆ ବାଇବେଲ

3 ଚତୁର ଲୋକ ବିପଦ ଦେଖି ଆପଣାକୁ ଲୁଚାଏ; ମାତ୍ର ଅବୋଧ ଲୋକମାନେ ଆଗ ବଢ଼ି ଶାସ୍ତି ପାଆନ୍ତି।
4 ନମ୍ରତାର ଓ ସଦାପ୍ରଭୁଙ୍କ ବିଷୟକ ଭୟର ପୁରସ୍କାର ଧନ, ସମ୍ମାନ ଓ ଜୀବନ ଅଟେ।
5 କୁଟିଳ ଲୋକମାନଙ୍କ ପଥରେ କଣ୍ଟା ଓ ଫାନ୍ଦ ଥାଏ; ଯେ ଆପଣା ପ୍ରାଣ ରକ୍ଷା କରେ, ସେ ସେସବୁରୁ ଦୂରରେ ରହିବ।
6 ବାଳକର ଗନ୍ତବ୍ୟ ପଥରେ ତାହାକୁ ଶିକ୍ଷିତ କରାଅ; ତେଣୁ ସେ ବୃଦ୍ଧ ହେଲେ ହେଁ ତହିଁରୁ ବିମୁଖ ହେବ ନାହିଁ।
7 ଧନବାନ ଦରିଦ୍ର ଉପରେ କର୍ତ୍ତୃତ୍ୱ କରେ, ପୁଣି, ଋଣୀ ମହାଜନର ଦାସ ହୁଏ।
8 ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।
9 ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
10 ନିନ୍ଦକକୁ ବାହାର କରି ଦିଅ, ତହିଁରେ କଳି ବାହାରି ଯିବ; ପୁଣି, ବିରୋଧ ଓ ଅପମାନ ନିବୃତ୍ତ ହେବ।
11 ଯେଉଁ ଲୋକ ହୃଦୟର ଶୁଚିତା ଭଲ ପାଏ, ଯାହାର ଓଷ୍ଠ ଅନୁଗ୍ରହଯୁକ୍ତ, ରାଜା ତାହାର ବନ୍ଧୁ ହେବ।
12 ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ୱାସଘାତକର କଥା ସେ ଓଲଟାଇ ପକାନ୍ତି।
13 ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।
14 ପରସ୍ତ୍ରୀର ମୁଖ ଗଭୀର ଖାତ, ସଦାପ୍ରଭୁଙ୍କ ଘୃଣିତ ଲୋକ ତହିଁରେ ପଡ଼ିବ।
15 ପିଲାର ମନରେ ଅଜ୍ଞାନତା ବନ୍ଦ ଥାଏ, ପୁଣି, ଶାସନବାଡ଼ି ତାହା ବାହାର କରି ତାହାଠାରୁ ଦୂର କରି ଦିଏ।
ହିତୋପଦେଶ 22 in ଓଡିଆ ବାଇବେଲ